ରାଜ୍ୟ

ଆଜି ସୁନାବେଶ: ମହଣ ମହଣ ସୁନା ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେବେ ତିନି ଠାକୁର

ପୁରୀ (କେନ୍ୟୁଜ): ଆଜି ରତ୍ନଅଳଙ୍କାରରେ ଝଲସିବେ ବିଶ୍ୱନୟନ୍ତା। ମହଣ ମହଣ ସୁନାରେ ସଜେଇ ହେବେ ରଥାରୁଢ ଦାରୁବିଗ୍ରହ। ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ। ଏହି ବେଶକୁ ବଡ଼ ତଡାଉ ବେଶ ମଧ୍ୟ କହାଯାଏ। ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଲାଗି ଶ୍ରୀମନ୍ଦିର ଭଣ୍ଡାରଘରୁ ବାହାରିବ ମହଣ ମହଣ ସୁନା ଓ ରୂପା ଅଳଙ୍କାର। ଆଷାଢ ଶୁକ୍ଲ ଏକାଦଶୀ ତିଥିରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ।

ନିର୍ଘଣ୍ଟ ସମୟ ପୂର୍ବରୁ ଅର୍ଥାତ୍‌ ସଅଳ ନୀତିକାନ୍ତି କରାଯିବ। ସୁନାବେଶରେ ୧୦ରୁ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ସଅଳ ନୀତିକାନ୍ତି କରାଯାଇ ନିର୍ଘଣ୍ଟ ସମୟ ପୂର୍ବରୁ ଚତୁର୍ଦ୍ଧାବିଗ୍ରହଙ୍କ ସୁନାବେଶ କରାଯିବ। ଏହାଦ୍ୱାରା ଭକ୍ତମାନେ ଅଧିକ ସମୟ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାର ସୁଯୋଗ ପାଇବେ।

ସେହିପରି ସୁନାବେଶ ସମୟରେ ରଥାରୁଢ଼ ଠାକୁରଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ। ରଥ ଉପରେ କୌଣସି ସେବାୟତ ଫଟୋ କିମ୍ବା ଭିଡ଼ିଓ ଉତ୍ତୋଳନ କରିପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି। ଆଜି ରଥ ଉପରେ ଅନ୍ୟାନ୍ୟ ନିତି ବଢି ମଧ୍ୟାହ୍ନ ଧୂପ, ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବା ପରେ ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦେଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୯୦ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ।

 

Barsha

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

8 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

17 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

26 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

42 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

57 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago