କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଆଜି ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା, ପିଠାପଣାର ମହକରେ ମହକୁଛି ଘର

ଆଜି ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା । ଉତ୍ସବ ମୁଖର ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ଘରେ ଘରେ ପ୍ରସ୍ତୁତି ଜୋରସୋର । ପିଠାପଣାର ମହକରେ ମହକୁଛି ଘର।

କେନ୍ୟୁଜ୍: ଆଜି ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା । ଉତ୍ସବ ମୁଖର ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ଘରେ ଘରେ ପ୍ରସ୍ତୁତି ଜୋରସୋର । ପିଠାପଣାର ମହକରେ ମହକୁଛି ଘର। ତିଆରି ଚାଲିଛି ଭଳିକି ଭଳି ସ୍ବାଦିଷ୍ଟ ବ୍ୟଞ୍ଜନ। ଘରେ ବନ୍ଧୁ ବାନ୍ଧବଙ୍କ ଭିଡ଼। ଦୂରଦୂରାନ୍ତରେ ରହୁଥିବା ପରିବାର ଓ ଆତ୍ମୀୟ ଘରକୁ ଫେରିଛନ୍ତି ।

ଆଜି ସକାଳ ୧୦ଟା ୨୭ରୁ ୧୦ଟା ୪୨ ଭିତରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହେବ । ମାଆଙ୍କ ନବାର୍ଣ୍ଣ ମୁଖ୍ୟ ପୂଜକଙ୍କ ସମେତ ଆଉ ଦୁଇ ପୂଜକଙ୍କ ଘରେ ପ୍ରସ୍ତୁତ ହେଉଛି।

ଏହାପରେ ସମସ୍ତ ଏକାଠି ନୂଆ ଖାଇବେ । ନୂଆ ଖାଇବା ପରେ ଗୁରୁଜନଙ୍କୁ ଜୁହାର କରି ଘରର ଛୋଟମାନେ ଆଶୀର୍ବାଦ ନେଇ ଥାଆନ୍ତି । ଅନ୍ୟପଟେ ନୂଆଖାଇ ପାଇଁ ଚାଲିଛି ନାଚଗୀତର ପ୍ରସ୍ତୁତି । ପଶ୍ଚିମ ଓଡିଶାର ଡାଲଖାଇ, ରସରକେଳି, ମାଇଲାଜଡ଼, ଚୁଟୁକୁଚୁଟାରେ ଦୁଲୁକୁଛି ଗାଁ ଦାଣ୍ଡ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.