ରାଜ୍ୟ

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, କରୋନା ପାଇଁ ଚଳିତ ବର୍ଷ ବୋଲବମ ଯାତ୍ରା ଉପରେ ଲଗା ଯାଇଛି ରୋକ୍

ଭୁବନେଶ୍ବର : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଚଳିତ ଥର ଶ୍ରାବଣ ମାସରେ  ପଡୁଛି ୫ଟି ସୋମବାର। ହିନ୍ଦୁ ଶାସ୍ତ୍ର ଅନୁସାରେ ପବିତ୍ର ମାସ ମଧ୍ୟରେ ଶ୍ରାବଣ ଅନ୍ୟତମ। ଶ୍ରାବଣ ସୋମବାରରେ ଦେବଦେବ ମହାଦେବଙ୍କ ଉପରେ ଜଳଲାଗି କଲେ ସକଳ ଇଚ୍ଛା ପୂରଣ ହୁଏ ବୋଲି ବିଶ୍ୱାସ ରହିଛି। ବିଭିନ୍ନ ଘାଟରୁ ପବିତ୍ର ଜଳ ଉଠାଇ ଖାଲି ପାଦରେ କାଉଡ଼ିଆମାନେ ଜଳ ନେଇ ମହାଦେବଙ୍କ ଉପରେ ଲାଗି କରିଥାନ୍ତି। କିନ୍ତୁ ଚଳିତ ଥର ମହାମାରୀ ପାଇଁ ଫିକା ପଡ଼ିଛି ଏହି ପର୍ବ।

କରୋନା ପାଇଁ ରାଜ୍ୟ ସରକାର ବୋଲବମ ଯାତ୍ରା ଉପରେ ରୋକ ଲଗାଇଛନ୍ତି। କରୋନା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଟକଣା ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଶ୍ରାବଣ ମାସରେ କାଉଡ଼ିଆଙ୍କ ପାଣି ଉଠାଇବା, ରାସ୍ତାରେ ଚାଲିବା ଓ ମନ୍ଦିରକୁ ପ୍ରବେଶ ଉପରେ ସଂପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। କଟକଣା ଯୋଗୁଁ ରାଜ୍ୟର ପ୍ରମୁଖ ଶୈବପୀଠ ଲିଙ୍ଗରାଜ, ଧବଳେଶ୍ୱର ଓ ଲୋକନାଥ ମନ୍ଦିରରେ ଏବର୍ଷ ଭକ୍ତଶୂନ୍ୟ।

Sonalisa

Recent Posts

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

23 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

24 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

58 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

2 hours ago