ଆଜି ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷକୃତ୍ୟ, ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ପରଲୋକରେ ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବେ। ପରେ ତାଙ୍କ ପାର୍ଥିବ ଶରୀରକୁ ବିଜେଡି ପାର୍ଟି ଅଫିସକୁ ନିଆଯିବ।

ଭୁବନେଶ୍ୱର (କେନ୍ୟୁଜ): ପରଲୋକରେ ବରିଷ୍ଠ ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଗତକାଲି ସଂଧ୍ୟା ସାଢେ ୭ଟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ।

ଆଜି ତାଙ୍କର ଶେଷକୃତ୍ୟ କରାଯିବ। ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଶୋକପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନେତା। ତାଙ୍କ ବିୟୋଗରେ ଗଞ୍ଜାମ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବେ। ପରେ ତାଙ୍କ ପାର୍ଥିବ ଶରୀରକୁ ବିଜେଡି ପାର୍ଟି ଅଫିସକୁ ନିଆଯିବ। ସେଠାରୁ ବିଧାନସଭା ଓ ଲୋକସେବା ଭବନକୁ ନିଆଯିବ । ପରେ ମରଶରୀରକୁ ବ୍ରହ୍ମପୁର ନିଆଯିବ। ଶେଷରେ ଦିଗପହଣ୍ଡିରେ ତାଙ୍କର ଶେଷକୃତ୍ୟ କରାଯିବ। ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଞ୍ଜାମ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.