ରାଜ୍ୟ

ଆଜି ହେଉଛି ଦେବ ଦୀପାବଳୀର ଶେଷ ଦିନ

ପୁରୀ(କେନ୍ୟୁଜ): ଆଜି ହେଉଛି ଦେବ ଦୀପାବଳୀ ର ତୃତୀୟ ବା ଶେଷ ଦିନ। ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।

ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ପ୍ରଦାନ କରିଥିଲେ ମହାପ୍ରଭୁ । ତେବେ ଗତକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ଆଜି ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି।

ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଶ୍ରୀ ମନ୍ଦିର ଚୁଡା ରେ ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି । ଗତକାଲି ଭକ୍ତ ଶ୍ରଦ୍ଧାଳୁ ଙ୍କ ଦ୍ୱାରା ଶ୍ରୀ ମନ୍ଦିର ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଏକ ଲକ୍ଷ ଦୀପ ଜାଳି ଥିଲେ । ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଭକ୍ତ ଶ୍ରଦ୍ଧାଳୁ ବଡ ଦାଣ୍ଡ ସମେତ ଶ୍ରୀ ମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିର ସମ୍ମୁଖ ରେ ଦୀପ ଦାନ କରିଥିଲେ। ଶ୍ରୀ ମନ୍ଦିର ରେ ମହାପ୍ରଭୁ ଙ୍କ ଶ୍ରାଦ୍ଧ ବେଶ ଦର୍ଶନ କରି ବେଶ ଖୁସି ବ୍ୟକ୍ତ କରିଛନ୍ତି ଭକ୍ତ ଶ୍ରଦ୍ଧାଳୁ ।

Sonalisa

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

9 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

9 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

26 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

27 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

31 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

54 mins ago