ଆଜି କାର୍ତ୍ତିକ ମାସର ଶେଷ ସୋମବାର, ଧବଳେଶ୍ୱର ପୀଠରେ ପ୍ରବଳ ଭିଡ଼

ଆଠଗଡ଼ : ବାବା ଧବଳେଶ୍ବରଙ୍କ ପୀଠରେ ଆଜି ହେଉଛି ପହିଲି ପଞ୍ଚୁକ । ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। କାର୍ତ୍ତିକ ମାସର ଶେଷ ସୋମବାରରେ  ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଧାର୍ମିକ ବିଶ୍ୱାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।  ମହା କାର୍ତ୍ତିକ ମାସର ଶେଷ ପର୍ବ ହେଉଛି ବଡ଼ ଓଷା ।

ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା ।  ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।

କ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି  ।  କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି ।

You might also like