Below header

ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ

ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହେବ । ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ରଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ ।

ପୁରୀ(କେନ୍ୟୁଜ୍): ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହେବ । ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ରଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ ।

ପ୍ରାୟ ୪ ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ଯ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବାଯାଏଁ ରହିଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.