ରାଜ୍ୟ

ଆଜି ମେକ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ଦିନ: ସ୍କିଲ୍‌ଡ ଓଡ଼ିଶା, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ବୟନ ଶିଳ୍ପ ଆଦି ବିଭିନ୍ନ ସେକ୍ଟର ଉପରେ ହେବ ଆଲୋଚନା

ଭୁବନେଶ୍ୱର (କେନ୍ୟୁଜ): ମେକ ଇନ୍‌ ଓଡ଼ିଶା କନକ୍ଲେଭ୍‌ରେ ପୁଞ୍ଜି ବର୍ଷା । ଆଜି ତୃତୀୟ ଦିନରେ ବିଭିନ୍ନ ସେକ୍ଟର ଉପରେ ହେବ ଆଲୋଚନା । ସ୍କିଲ୍‌ଡ ଓଡ଼ିଶା, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ବୟନ ଶିଳ୍ପ, ଅକ୍ଷୟ ଶକ୍ତି, ଓଡିଶାରେ ଖଣି ଆଦି ପ୍ରସଙ୍ଗରେ କାର୍ଯ୍ୟକ୍ରମ ରହିଛି । କନ୍‌କ୍ଲେଭ୍‌ର ଦ୍ୱିତୀୟ ଦିନରେ ୨୧ଟି ନିବେଶ ସମ୍ପର୍କିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ୭ ଲକ୍ଷ ୨୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ନିବେଶକ ।

ଆଜି ସ୍କିଲ୍‌ଡ ଇନ୍‌ ଓଡ଼ିଶା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିଇଏସ୍‌, ସିଙ୍ଗାପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏଥିସହ କ୍ଷୁଦ୍ରଶିଳ୍ପ, ଆନୁଷଙ୍ଗିକ ଶିଳ୍ପ, ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପ, ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ଏବଂ ଯାନ୍ତ୍ରିକ ଶିକ୍ଷା କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଆଜି ମୋଟ୍‌ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ । ଗତକାଲି ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ନିବୋଶକଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ, ନିକଟ ଭବିଷ୍ୟତରେ ଓଡ଼ିଶା ୧ ଟ୍ରିଲିଅନ୍‌ ଡଲାର ଅର୍ଥନୀତି ହେବ ।

 

 

 

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

6 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

9 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

13 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

26 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

42 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago