ରାଜ୍ୟ

ଆଜି ପବିତ୍ର ଜନାଷ୍ଟମୀ, ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀକୃଷ୍ଣ

ଭୁବନେଶ୍ୱର (କେନ୍ୟୁଜ): ଆଜି ପବିତ୍ର ଜନାଷ୍ଟମୀ । ଆଜି ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀ କୃଷ୍ଣ । କିମ୍ବଦନ୍ତୀ ଅନୁସାରେ, ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ, ଦେବକୀ ଓ ବସୁଦେବଙ୍କ ପୁତ୍ର ଭାବେ ମଥୁରାରେ ଜନ୍ମ ଗ୍ରହଣ କରିଥିଲେ । ଏହି ତିଥିର ରାତ୍ରିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂର ହୁଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହାକୁ ମୋହରାତ୍ରି ମଧ୍ୟ କୁହାଯାଏ ।

ଏଥିପାଇଁ ରାଜଧାନୀର ବିଭିନ୍ନ ମନ୍ଦିର ଓ ଅନୁଷ୍ଠାନରେ ଜନ୍ମାଷ୍ଟମୀର ସ୍ବତନ୍ତ୍ର ପ୍ରସ୍ତୁତି ହୋଇଛି । କୃଷ୍ଣ ନାମରେ ପ୍ରକମ୍ପିତ ହେବ ସାରା ସହର । ପୂଜାପାଠ, ଭଜନ କିର୍ତ୍ତନ ଓ ନାମ ସଙ୍କୀର୍ତ୍ତନ ଭିତରେ ଭକ୍ତଙ୍କ ଗହଣରେ ଝୁଲିବେ ନନ୍ଦଲାଲା । ରାଜଧାନୀର କିଛି ସ୍ଥାନରେ ସାମାଜଜି ବିଧି ଓ ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ପାଳନ କରାଯାଉଥିବାବେଳେ ବୈଷ୍ଣବ ଧର୍ମାବଲମ୍ବୀଙ୍କ ମତରେ ଇସ୍କନରେ ମଧ୍ୟ ଧୁମଧାମରେ ଏହି ଉତ୍ସବ ପାଳନ ହେବ। ରାମ ମନ୍ଦିର, ଇସ୍କନ ମନ୍ଦିର, ବାୟାବାବା ମଠ ସମେତ ରାଜଧାନୀର ବିଭିନ୍ନ ସ୍ଥାନରେ ରହିଥିବା କୃଷ୍ଣ ମନ୍ଦିର ଓ ଜଗନ୍ନାଥ ମନ୍ଦିରରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଛି ।

ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ମଧ୍ୟ ରାତ୍ରୀରେ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭଙ୍ଗ କରିଥାନ୍ତି । ଏହିଦିନ ଗାଁର ଭାଗବତ ଟୁଙ୍ଗିମାନଙ୍କରେ ଅଥବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ାଯାଇଥାଏ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦା ରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ।

Barsha

Recent Posts

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

21 mins ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

32 mins ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

60 mins ago

ନାଗପୁର ହିଟ ଆଣ୍ଡ ରନ ମାମଲା ; ୩ଶହ କୋଟିର ସଂପତ୍ତି ପାଇଁ ବୋହୂ ଦେଇଥିଲା ସୁପାରୀ

କି ଯୁଗ ହେଲା । ସମ୍ପତି ଲୋଭ ମଣିଷକୁ ଅନ୍ଧ କଲା । ଭୁଲିଗଲା ସବୁ ସମ୍ପର୍କ । ଶଶୁର…

1 hour ago

ରାଜ୍ୟରୁ ହଟିଲା 5T ଓ ମୋ ସରକାର, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରୁ ହଟିଲା 5T ଓ ମୋ ସରକାର । ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ…

2 hours ago

ପୋକ୍ସୋ ମାମଲା: ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରାଯାଇଛି । ବେଙ୍ଗାଲୁରୁର ଏକ…

2 hours ago