ଆଜି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ । ଖୁବ୍ ଧୁମ୍ ଧାମରେ ପାଳନ ହେବ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ।  ପ୍ରତିବର୍ଷ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ପାଳନ କରାଯାଏ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ଆଜି ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବଙ୍କ ବେଶରେ ଜନ୍ମ ଚକଡାରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ସମ୍ପନ୍ନ କରାଇବେ । ଗତକାଲି ସନ୍ଧ୍ୟା ଆଳତି ବେଶରେ ଶ୍ରୀଜୀଉଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା । ସନ୍ଧ୍ୟା ଧୂପ ପରେ ବନ୍ଦ ରହିଥିଲା ଜୟ ବିଜୟ ଦ୍ୱାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.