ଆଜି ଖସାପଡ଼ା ନୀତି: ରତ୍ନସିଂହାସନ ଉପରେ ଚଢି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ ଦଇତାପତି ସେବକ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ଚଢି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ। ଶ୍ରୀଜିଉମାନଙ୍କ ଶ୍ରୀପୟର ସୁରକ୍ଷା ଲାଗି ଏହି ଖସାପଡା ନୀତି କରାଯାଇଥାଏ।

ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନି ଥର ଏହି ନୀତି ସମ୍ପାଦନ କରାଯାଏ। ସେପଟେ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୪ଟା ୩୦ରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.