ଶ୍ରୀମନ୍ଦିରରେ ଚାଲିଛି ଦଶହରା ପର୍ବ, ଆଜି ସୁନାବେଶ ବା ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ଦଶହରା । ମହାପ୍ରଭୁଙ୍କୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଚନ୍ଦନ ଲାଗି ନୀତି କରାଯିବ ।

ଏହାପରେ ନୂଆ ଲୁଗା,୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ଲାଗି ହୋଇ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ,ଶ୍ରୀରାମ, ଶ୍ରୀକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.