ଆଜି ମହାଶିବରାତ୍ରି: ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର(କେନ୍ଯୁଜ୍): ଆଜି ମହାଶିବରାତ୍ରି । ଚଳଚଞ୍ଚଳ ହୋଇଛି ରାଜ୍ୟର ସମସ୍ତ ଶୈବପୀଠ । ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ । ଭୋର ୩ଟାରୁ ଅବକାଶ ନୀତି ଆରମ୍ଭ ହୋଇଥିବା ବେଳେ ସକାଳ ୫ଟାରୁ ସର୍ବସାଧାରଣ ଦର୍ଶନ ଚାଲିଛି ।

ଜାଗର ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମୁତୟନ ହେବେ ୨୭ ପ୍ଲାଟୁନ ଫୋର୍ସ । ଏପଟେ ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ ଚନ୍ଦ୍ରଶେଖରଜିଉଙ୍କ ଜାଗର ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.