ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିର ସମେତ ଯାଗା ଆଖଡା ଉତ୍ସବ ମୁଖର, ପାଳନ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ(କେନ୍ୟୁଜ): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଶ୍ରୀ ହନୁମାନ ଜୟନ୍ତୀ । ଏଥିପାଇଁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ଯାଗା ଆଖଡା ଉତ୍ସବ ମୁଖର । ଆଜି ଶ୍ରୀମନ୍ଦିର ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ସକାଳ ଧୂପ ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ ସିହାଂସନକୁ ଅଣାଯାଇ ପୂଜାପଣଡା ସେବାୟତଙ୍କ ଦ୍ୱାରା ଆଜ୍ଞାମାଳ ପ୍ରଦାନ କରାଯିବ ।

ପରେ ବିମାନରେ ଶ୍ରୀ ମନ୍ଦିରର ପୂର୍ବ ଦ୍ୱାରରେ ଥିବା ହନୁମାନଙ୍କ ନିକଟକୁ ଅଣଯାଇ ପୂଜାର୍ଚ୍ଚନା କରାଯିବା ପରେ ଜଗନ୍ନାଥ ବଲ୍ଲଭ ମଠ ଓ ଦରିଆ ମହାବୀରଙ୍କ ନିକଟକୁ ଅଣାଯିବ । ଆଜିଠାରୁ ମଧ୍ୟ ନୂତନ ପାଞ୍ଜି ପ୍ରଚଳନ ହେବାର ପ୍ରଥା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.