Below header

ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମହାପ୍ରଭୁ ମକର ବେଶ ବା ମକର ଚୌରାଶୀ ବେଶରେ ଦେବେ ଦର୍ଶନ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି। ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ମକର ନୀତି। ମହାପ୍ରଭୁଙ୍କ ମକର ବେଶ ବା ମକର ଚୌରାଶୀ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି।

ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କ ପଟା ପହରଣଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୁର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କ ବେଶ କରାଯାଇଥାଏ। ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। କୋରନା କଟକଣା ଭିତରେ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ଭକ୍ତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.