ଆଜି ମୁସଲମାନ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ମହରମ, ଭଦ୍ରକ ଜିଲ୍ଲାପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଆଜି ପବିତ୍ର ମହରମ୍‌। ଏଥିପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସଂପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ଶୃଙ୍ଖଳିତ ଯାତ୍ରା ପାଇଁ ଜିଲ୍ଲାରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଛି । ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପିଙ୍କ ସହ ୧୫ ଜଣ ଇନ୍ସପେକ୍ଟର ୧୧୦ ଜଣ ସବ ଇନ୍ସପେକ୍ଟର ୧୮୦ କନେଷ୍ଟବଳ ସୁରକ୍ଷା ଦାୟିତ୍ୱରେ ରହିବେ ।

ଭଦ୍ରକ (କେନ୍ୟୁଜ): ଆଜି ପବିତ୍ର ମହରମ୍‌। ଏଥିପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସଂପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ଭଦ୍ରକରେ ସମୁଦାୟ ୪୧ଟି କାଫିଲା ବାହାରିବ ଓ ୭ଟି କାଫିଲା ଭଦ୍ରକ କଚେରୀ ବଜାର ଦେଇ ପରିକ୍ରମା କରିବାକୁ ଥିବାବେଳେ ଅନ୍ୟ ୩୫ଟି କାଫିଲା ପୁରୁଣା ବଜାର ଅଞ୍ଚଳ ଦେଇ ପରିକ୍ରମା କରିବା ସହ ମଦିନା ମୈଦାନରେ ପହଞ୍ଚିବ।

ସେହିପରି ଧାମନଗର ବ୍ଲକ ଓ ବାସୁଦେବପୁର ବ୍ଲକରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ଯାତ୍ରା ପାଇଁ ଜିଲ୍ଲାରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଛି । ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପିଙ୍କ ସହ ୧୫ ଜଣ ଇନ୍ସପେକ୍ଟର ୧୧୦ ଜଣ ସବ ଇନ୍ସପେକ୍ଟର ୧୮୦ କନେଷ୍ଟବଳ ସୁରକ୍ଷା ଦାୟିତ୍ୱରେ ରହିବେ । ସହରରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଓ ପୋଲିସ ଭେଇକିଲ ମାର୍ଚ୍ଚ କରାଯାଇଛି । ଡ୍ରୋନ କ୍ୟାମେରା ସହ, ସିସିଟିଭି ଜରିଆରେ ନଜର ରଖିବ ପୋଲିସ୍ । ସାମାଜିକ ଗଣମାଧ୍ୟମରେ କୌଣସି ପ୍ରକାର ଗୁଜବ ସୃଷ୍ଟି ନକରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ଏସପି ।