ଆଜି ନନ୍ଦୋତ୍ସବ: ଶ୍ରୀମନ୍ଦିରରେ ମହାଆଡମ୍ବର ସହକାରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ନନ୍ଦୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ରହିଛି । ମଙ୍ଗଳ ଆଳତୀ ସରିବା ପରେ ମହାଜନ ସେବାୟତ ପ୍ରଭୁ ରାମ, କୃଷ୍ଣଙ୍କୁ ଆଣି ଜଗମୋହନ ଦୋଳିରେ ବିଜେ କରିବେ । ଦକ୍ଷିଣ ଘରୁ ମଦନମୋହନ ଆସି ଦୋଳିରେ ବସିବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ ।

ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତି ମହାପାତ୍ର ବିଜେ କରାଇବେ । ତେଣୁ ରାମ, କୃଷ୍ଣ ଓ ମଦନମୋହନ ଦୋଳିରୁ ଓହ୍ଲାଇ ଖଟ ଉପରେ ବିଜେ ହେବେ । ସେପଟେ ଭିତରଛୁ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିଆସି ସ୍ନାନମଣ୍ଡପ ଉପରେ ବସିବେ । ପରେ ଭରତିଆ ଗୌଡ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବେ ।

Leave A Reply

Your email address will not be published.