Below header

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତ: ବହୁ ପ୍ରତୀକ୍ଷିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳ,ବିଜ୍ଞାନ କେନ୍ଦ୍ର ସହ ୩୨ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର କରିବେ ସ୍ଥାପନ

ବରଗଡ଼(କେନ୍ୟୁଜ୍): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଜିଲ୍ଲା ଗସ୍ତ । ଟୁକୁର୍ଲାରେ ବହୁ ପ୍ରତୀକ୍ଷିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳ, ବରଗଡ଼ ବିଜ୍ଞାନ କେନ୍ଦ୍ର ସହ ୩୨ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୭୦ କୋଟି ଟଙ୍କାର ନିର୍ମାଣଧୀନ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ୬୦ କୋଟି ଟଙ୍କା ପ୍ରକଳ୍ପର ଭିତ୍ତି ପ୍ରସ୍ତର କରିବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରହି ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ବେଳେ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ଅନ୍ୟପଟେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସ୍ୱାଗତ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ ବୋଲି ସାମ୍ବାଦିକ ସମ୍ମିଳନୀ କରି କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.