Below header

ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତା ୨୬ ତାରିଖରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଦେବେ ଯୋଗ

ନୂଆଦିଲ୍ଲୀ(କେନ୍ୟୁଜ୍): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ । ଆସନ୍ତା ୨୬ ତାରିଖରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ । ଗୃହମନ୍ତ୍ରୀ ଅମିତ ଶାହ ମାଓ ପ୍ରଭାବିତ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡାକିଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ମଧ୍ୟ ସାମିଲ ହେବେ । ମାଓ ମୁକାବିଲା ନେଇ ଏହି ବୈଠକରେ ସ୍ୱତନ୍ତ୍ର ରଣନୀତି ନେଇ ଆଲୋଚନା ହେବ । ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାହଙ୍କ ସହ ବୈଠକରେ ସାମିଲ ହେବେ । ଏହା ପୂର୍ବରୁ ଗତକାଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସମୀକ୍ଷା ବୈଠକ କରିଥିଲେ । କେନ୍ଦ୍ରକୁ ମାଓ ମୁକାବିଲା ନେଇ କେଉଁ ପ୍ରସ୍ତାବ ଦିଆଯିବ, ସେ ନେଇ ବୈଠକରେ ଆଲୋଚନା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.