Below header

ଆଜି ବରଗଡ଼ରେ ଚାଷୀ ମହାସମାବେଶ , କାଳିଆ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବରଗଡ଼(କେନ୍ୟୁଜ୍) : ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋହେଲା ବ୍ଲକର ଇଚ୍ଛାପାଲିରେ ଆୟୋଜିତ ଚାଷୀ ମହାସମାବେଶରେ ଯୋଗ ଦେବେ । ସମାବେଶରେ କାଳିଆ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ଚାଷୀ ସୁଫଳ ପାଇଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଲକ୍ଷ ଚାଷୀ ଉପକୃତ ହେବେ। ସେହିପରି ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ, ପଦ୍ମଶ୍ରୀ ହଳଧରନାଗ ସମ୍ବଲପୁରୀ-କୋଶଳୀ ଗବେଷଣା କେନ୍ଦ୍ର ସହ ୨ହଜାର ୩୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଏହି ସମାବେଶରେ ୬ଟି ଜିଲ୍ଲାର ଚାଷୀ, ମହିଳା ଓ ଯୁବଗୋଷ୍ଠୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.