Below header

ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବି: ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ଓ ଛାତ୍ର ସଙ୍ଗଠନ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ଓ ଛାତ୍ର ସଙ୍ଗଠନ । ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ଏହି ବନ୍ଦ ଡାକରା ଦେଇଛି ସଙ୍ଗଠନ । କଂଗ୍ରେସ ସହ ଅନ୍ୟ କିଛି ସଙ୍ଗଠନ ମଧ୍ୟ ବନ୍ଦକୁ ସମର୍ଥନ ଜଣାଇଛନ୍ତି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟା ଧରି ଏହି ବନ୍ଦ ଡାକରା ଦେଇଛନ୍ତି ।

ରୁଚିକା ଓ ତାଙ୍କ ପରିବାରକୁ ନ୍ୟାୟ ପାଇଁ ରାଜଧାନୀ ସମେତ ସାରା ରାଜ୍ୟରେ ରାଜରାସ୍ତାଠାରୁ ଆରମ୍ଭ କରି ପ୍ରତି କଲେଜ ସମୁଖରେ ପ୍ରତିବାଦ କରାଯିବ ବୋଲି ସଙ୍ଗଠନ କହିଛି । ସକାଳ ୮ଟାରେ କଳ୍ପନା ଛକରୁ ବିଧାନସଭା ଅଭିମୁଖେ ବାହାରିବ ରାଲି । ଶାନ୍ତିପୂର୍ଣ୍ଣ ଭାବେ ରାଲି କରି ବିଧାନସଭା ଆଗରେ ଧାରଣା ଦେବ ସଂଘ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.