Categories: ରାଜ୍ୟ

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ , ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ୍‌ ଦାବିରେ ଡାକରା ଦେଇଛି ନବ ନିର୍ମାଣ କୃଷକ ସଙ୍ଗଠନ

ଭୁବନେଶ୍ବର(କେନ୍ୟୁଜ୍) : ପ୍ରାଇସ୍‌, ପ୍ରେଷ୍ଟିଜ୍‌ ଓ ପେନସନ୍‌ ଦାବିରେ ନବ ନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ। ସକାଳୁ ସକାଳୁ କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତାରୋକ କରିଛନ୍ତି। ରାସ୍ତା ମଝିରେ ଟାୟାର ଜାଳିବା ସହ ଗାଡି ମୋଟର ଚଳାଚଳ ବନ୍ଦ ରଖିଛନ୍ତି। ତେବେ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ବନ୍ଦରେ ସାମିଲ ହୋଇ ନାହିଁ। ସକାଳ ୬ରୁ ସଂଧ୍ୟା ୬ଟା ପର‌୍ୟ୍ୟନ୍ତ ଧର୍ମଘଟ କରାଯିବ। ଆନ୍ଦୋଳନକୁ କଂଗ୍ରେସ ଓ ବିଜେପିର ନୈତିକ ସମର୍ଥନ କରାଯାଇଛି। ଆନ୍ଦୋଳନକାରୀମାନେ ରାସ୍ତା ଅବରୋଧ କରି ବସିରହିଥିବାବେଳେ କିଛି ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ।

ତେବେ ପୂର୍ବରୁ ଧର୍ମଘଟରୁ ଓହରିବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଥିବା ବେଳେ ସଂଗଠନ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ପାଇଁ ସାରା ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଶାନ୍ତିଶୃଙ୍ଖଳା ବଜାୟ ରହିଥିବା ଡିସିପି ଅନୁପ ସାହୁ କହିଛନ୍ତି।

ଓଡ଼ିଶା ବନ୍ଦକୁ କଂଗ୍ରେସ ଓ ବିଜେପିର ନୈତିକ ସମର୍ଥନ :

ସେପଟେ ଓଡ଼ିଶା ବନ୍ଦକୁ କଂଗ୍ରେସ ଓ ବିଜେପି ନୈତିକ ସମର୍ଥନ ଜଣାଇଛନ୍ତି। ତେବେ ବିଜେଡି କହିଛି ସରକାରଙ୍କୁ ବଦନାମ କରିବା ପାଇଁ ପ୍ରାୟୋଜିତ ରାଜନୈତିକ ଷଡୟନ୍ତ୍ର ହୋଇଛି। ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ପାଇଁ ସାରା ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆନ୍ଦୋଳନକାରୀ ରାସ୍ତା ଅବରୋଧ କରିବା ସହ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଓ ଟ୍ରେନ୍‌ ବନ୍ଦ କରିବା ଆଶଙ୍କା ରହିଛି। ଆଇନଶୃଙ୍ଖଳା ପରିସ୍ଥିତି ଓ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ସମସ୍ତ ଜିଲ୍ଲପାଳଙ୍କୁ ଗୃହ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ବନ୍ଦରେ ସାମିଲ ହେବ ନାହିଁ। ସେପଟେ ବନ୍ଦ ପାଳନରେ ମାଟ୍ରିକ ପରୀକ୍ଷା ଯେପରି ପ୍ରଭାବିତ ନହୁଏ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ପୋଲିସ ଡିଜି କହିଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ସ୍ଥଗିତ :

ନବ ନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରାକୁ ଆଖିରେ ରଖି ଆଜି ହେବାକୁ ଥିବା ଉତ୍କଳ ବିଶ୍ୱବିଦ୍ୟାଳୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ପରୀକ୍ଷା ତାରିଖ ସଂପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେହିପରି ପୁରୀ ଶ୍ରୀ ଜଗନ୍ନାଥ ବିଶ୍ୱବିଦ୍ୟାଳୟ ଅଧୀନରେ ଆଜି ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ପରୀକ୍ଷା ମାର୍ଚ୍ଚ ୧ରେ ଅନୁଷ୍ଠିତ ହେବ।

KNews Bureau

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

18 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

20 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

24 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

25 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

30 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

39 mins ago