Below header

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୬ଟି ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍) : ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଚ୍ଚିବାଳୟରେ ସନ୍ଧ୍ୟା ୫ଟା ୪୫ରେ ଏହି ବୈଠକ ବସିବ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି ।  କଳାହାଣ୍ଡି ମେଡିକାଲ କଲେଜ ନିର୍ମାଣ ସମେତ ପୂର୍ତ୍ତ ବିଭାଗର ୨ଟି ପ୍ରସ୍ତାବ, ଉଚ୍ଚଶିକ୍ଷା ବିଭାଗ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ କୃଷି ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ରହିଛି।  ଆସନ୍ତା ୧୬ରେ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ ଆଜିର ବୈଠକକୁ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.