ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର ରଥଖଳା, ବିଭିନ୍ନ ସ୍ଥାନରୁ ଆସୁଛି ରଥ କାଠ

ପୁରୀ (କେନ୍ୟୁଜ୍‌) : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ତିନିଟି ୧୨ ଫୁଟିଆ ଧଉରା କାଠ ରଖାଯାଇଛି। ଏପଟେ ଆଜି ପୁରୀରେ ପହଞ୍ଚିଛି ସପ୍ତମ ପର୍ଯ୍ୟାୟ ରଥକାଠ। ଭଞ୍ଜନଗର ଦକ୍ଷିଣ ଘୁମୁସର ବନଖଣ୍ଡରୁ ୩୨ ଖଣ୍ଡ ରଥକାଠ ଆସି ପହଞ୍ଚିଛି। ସେଥିମଧ୍ୟରୁ ୨୦ ଫୁଟିଆ ୧୯ଟି, ୧୨ ଫୁଟିଆ ୩ଟି, ୪୦ ଫୁଟିଆ ୧୦ ଖଣ୍ଡ ରଥକାଠ ପହଞ୍ଚିଛି। ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ ରଥକାଠର ଆବଶ୍ୟକତା ଥିବା ବେଳେ ପୂର୍ବରୁ ୮୦ ଖଣ୍ଡ କାଠ ବଳକା ରହିଛି।

ସମୁଦାୟ ୫୩୬ ଖଣ୍ଡ ରଥକାଠ ଶ୍ରୀମନ୍ଦିର ପ୍ରଶାସନ ପାଖରେ ମହଜୁଦ ଥିବା ବେଳେ ପର୍ଯ୍ୟାୟ କ୍ରମେ ଅନ୍ୟ ସମସ୍ତ ଆବଶ୍ୟକ କାଠ ପହଞ୍ଚିବ‌ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ସେପଟେ ରାଜନଅର ସମ୍ମୁଖ ରଥଖଳାକୁ ଅତି ସୁନ୍ଦର ଭାବେ ଚିତ୍ରିତ କରିଛନ୍ତି ଚିତ୍ରକର ସେବାୟତ। ଏଇଠି ଏବେ ରଥ ନିର୍ମାଣ କାମ ଚାଲିବ । । ଆଉ କିଛି ସମୟ ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆସି ରୀତି ନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବ । ତା ପରେ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.