ରାଜ୍ୟ

ଆଜି ଖୋଲିବ ପଞ୍ଚାୟତ ଭୋଟ୍‌ ପେଡ଼ି: ବାକ୍ସ ଭିତରେ ସିଲ୍‌ ହୋଇଛି ୧ ଲକ୍ଷ ୬ହଜାର ୩୫୩ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ବର(କେନ୍ଯୁଜ୍):ଆଜି ଖୋଲିବ ପଞ୍ଚାୟତ ଭୋଟ୍‌ ପେଡ଼ି । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍‌ ଗଣତି । ଭୋଟ୍‌ ବାକ୍ସରେ ସିଲ୍‌ ହୋଇଛି ୧ ଲକ୍ଷ ୬ହଜାର ୩୫୩ ପ୍ରାର୍ଥୀଙ୍କ ଭାଗ୍ୟ । ଆଜିଠୁ ୩ ଦିନ ଧରି ଚାଲିବ କାଉଣ୍ଟିଂ । ଆଜି ୩୧୫ ଜିଲ୍ଲା ପରିଷଦ ଆସନ, ୨୭ ତାରିଖ ଦିନ ୩୦୭ ଓ ୨୮ରେ ବାକି ୨୨୯ଟି ଜିଲ୍ଲା ପରିଷଦ ଆସନରେ ଭୋଟ୍‌ ଗଣତି କରାଯିବ ।

ଜିଲ୍ଲା ପରିଷଦ ଜୋନ୍‌ ଅଧୀନରେ ଯେତିକି ଜୋନ୍‌ ରହିଛି ସେହି ଅନୁସାରେ କାଉଣ୍ଟିଂ ଟେବୁଲ ରହିଛି । ପ୍ରତ୍ୟେକ କାଉଣ୍ଟିଂ ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଦୁଇ ଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି । ନିର୍ବାଚନ ଅଧିକାରୀଙ୍କର ଅଲଗା ଟେବୁଲ ରହିଛି । ବାଲଟ୍‌ ପେପରକୁ ପ୍ରଥମେ ରଙ୍ଗ ଅନୁସାରେ ଅଲଗା କରାଯିବ । ତା ପରେ ୫୦ ଟିକିଆ ବଣ୍ଡଲ କରି ଦିଆଯିବ । ପ୍ରଥମେ ଓ୍ଵାର୍ଡ଼ ମେମ୍ବର, ପରେ ସରପଞ୍ଚ ଓ ତାପରେ ସମିତି ସଭ୍ୟଙ୍କର ଭୋଟ୍‌ ଗଣତି ହେବ । ସବା ଶେଷରେ ଗଣତି ହେବ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କର।

Sonalisa

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

28 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

37 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

49 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

57 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

58 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago