Below header

ଆଜି ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଭକ୍ତ ନିବାସରେ ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷର ସଂଶୋଧିତ ବ୍ୟୟ ଅଟକଳ ଓ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ ଉପରେ ଆଲୋଚନା ହେବ।

ଏହାସହ ସେବାୟତ ବିଦ୍ୟାର୍ଥୀଙ୍କ ପାଇଁ ପ୍ରସ୍ତାବିତ ଗୁରୁକୁଳ ଆଶ୍ରମ ସ୍କୁଲ ନିର୍ମାଣ ଓ ଏ ସମ୍ପର୍କିତ MOU ଅନୁମୋଦନ କରାଯିବ। ଗୁରୁକୁଳ ନିର୍ମାଣ ପାଇଁ ସୁପ୍ରିମକୋର୍ଟ ୬କୋଟିରୁ ଅଧିକ ଆର୍ଥିକ ଅନୁଦାନ ଦିଆଯାଇଛି। ଏହା ସହ ସେବାୟତଙ୍କ ପାଇଁ ବାସଗୃହ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.