ଆଜି ପୌଷ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପୁଷ୍ପାଭିଷେକ ନୀତି

ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପୁଷ୍ପାଭିଷେକ ନୀତି ଅନୁଷ୍ଠିତ ହେବ । ଆଜି ପୌଷ ପୂର୍ଣ୍ଣିମାରେ ପ୍ରଭୁ ଜଗନ୍ନାଥଙ୍କ ନିତ୍ୟ ପୂଜାପରେ ନୂତନବସ୍ତ୍ର, ଭୂଷଣ ଓ ଗନ୍ଧ ପୁଷ୍ପାଦି ଦ୍ୱାରା ଠାକୁରଙ୍କୁ ବେଶ କରାଇ ଯାତ୍ରା ମଣ୍ଡପକୁ ନିଆଯାଏ । ସେଠାରେ ବରୁଣ ପୂଜା, ସ୍ୱସ୍ତିବାଚନ, ମଙ୍ଗଳାରୋପଣ, ଯଜ୍ଞୋପବୀତ-ସମର୍ପଣ, ହୋମ ବିଧିରେ ବିଜେ -ପ୍ରତିମା ଓ ଖଡ଼ଗପୂଜା ପରେ ଯଜ୍ଞୋପବୀତ ପ୍ରଥମେ ଶ୍ରୀଜଗନ୍ନାଥଙ୍କୁ ଓ ପରେ ରାଜାଙ୍କୁ ଅର୍ପଣ କରାଯାଏ ।

ଶ୍ରୀମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ଅଭିଷେକୋତ୍ସବ ରାଜାଙ୍କ ଅଭିଷେକ ରୂପେ ପାଳିତ ହୁଏ । ଏହି ଅଭିଷେକୋତ୍ସବ ଦର୍ଶନରେ ଦର୍ଶନାର୍ଥୀ ପାପମୁକ୍ତ ହୋଇ ବୈକୁଣ୍ଠପୁରୀ ପ୍ରାପ୍ତହୁଏ ବୋଲି ବିଶ୍ୱାସ କରାଯାଏ । ଏହି ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ଶ୍ରୀଜିଉଙ୍କୁ ସୁନାବେଶରେ ସଜ୍ଜିତ କରାଯାଏ । ତେବେ କୋଭିଡ କଟକଣା ଯୋଗୁ ଭକ୍ତମାନେ ଏହି ବେଶ ଦର୍ଶନରୁ ବଂଚିତ ହେବେ l

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.