ଲଘୁଚାପ ପ୍ରଭାବରେ ରାଜ୍ଯର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା: ଆଜି ୧୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସୂଚନା ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଆଜି ୧୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଆଜି ଯାଏ ୧୦ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏପଟେ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଡିପ୍‌ ଡିପ୍ରେସନ୍‌ ଦୁର୍ବଳ ହୋଇଛି । ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କିଛି ଘଣ୍ଟା ଭିତରେ ଓ୍ଵାଲ ମାର୍କଡ ଲୋ ପ୍ରେସରେ ପରିଣତ ହେବ । ଏହାପରେ ବର୍ଷାର ପରିମାଣ କମିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.