ଆଜି ଝୁମିବ ବାରବାଟୀ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଧୁମ୍ ମଚାଇବେ ରଣବୀର ସିଂ ଓ ଦିଶା ପଟ୍ଟାନୀ

କଟକ (କେନ୍ୟୁଜ): ଆଜି ବାଜିବ ହକି ବିଶ୍ୱକପ୍ ବିଗୁଲ୍ । କଟକ ବାରବାଟୀ ଷ୍ଟାଡିୟମରେ ଉଦଘାଟନୀ ଉତ୍ସବ ପାଇଁ ହୋଇଛି ବ୍ୟାପକ ଆୟୋଜନ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ବକପ୍ ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା ବିଶ୍ଵ । ଉଦ୍‌ଘାଟନୀ ସଂଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ୍ ଷ୍ଟାର ଆଇକନ୍ ଅଭିନେତା ରଣବୀର ସିଂ ଓ ଅଭିନେତ୍ରୀ ଦିଶା ପଟ୍ଟାନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାରୋହକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିବାବେଳେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ରହିବେ । ଉଦଘାଟନୀ ଉତ୍ସବ ପାଇଁ ଆସିଛନ୍ତି ଦେଶର ଜଣାଶୁଣା ଅଭିନେତା, ଅଭିନେତ୍ରୀ ଓ କଣ୍ଠଶୀଳ୍ପି ।

ସକାଳ ୮ଟାରେ ଏକ ଶୋଭାଯାତ୍ରାରେ ଟ୍ରଫିକୁ ସହର ପରିକ୍ରମା ପାଇଁ ନିଆଯାଇଛି। ସହରର ବିଭିନ୍ନ ସ୍ଥାନରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହକି ଟ୍ରଫି ବୁଲିବା ପରେ ଗତକାଲି କଡା ସୁରକ୍ଷା ଭିତରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିଥିଲା । ହକି ଟ୍ରଫିକୁ ସ୍ୱାଗତ କରିଥିଲେ କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟଙ୍କ ସହ ବହୁ କ୍ରୀଡା ସଂଗଠନ ଓ ଜନସାଧାରଣ । ସେଠାରୁ ଟ୍ରଫି ବାହାରି ଏବେ ସହର ପରିକ୍ରମା କରୁଛି । ଅପରାହ୍ନ ସାଡେ ୧୨ଟାରେ କ୍ୟାଣ୍ଟନମେଣ୍ଟ ରାସ୍ତାରେ ବାରବାଟୀ ଷ୍ଟାଡିୟମକୁ ଅଣାଯିବ।

ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ହକି ବିଶ୍ଵକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା ବିଶ୍ଵ ଉଦଘାଟନୀ ସଂଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ୍ ଷ୍ଟାର ଆଇକନ୍ ଅଭିନେତା ରଣବୀର ସିଂ ଓ ଅଭିନେତ୍ରୀ ଦିଶା ପଟ୍ଟାନୀ । ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରିତମଙ୍କ ମ୍ୟୁଜିକ୍ ରେ ଝୁମିବେ ଦର୍ଶକ। ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଛାତ୍ରଛାତ୍ରୀ ଦେଖିପାରିବେ । ଏଥିପାଇଁ ରାଜ୍ୟରେ ସରକାରୀ, ଓ ସରକାରୀ ଅନୁଦାନପ୍ରାପ୍ତ ତଥା ବେସରକାରୀ ସ୍କୁଲଗୁଡିକୁ ଅପରାହ୍ନ ଗୋଟାଏରୁ ଛୁଟି ଘୋଷଣା କରାଯାଇଛି । କଟକ ମହାନଗର ନିଗମ ଅଧୀନରେ ଆସୁଥିବା ସମସ୍ତ ସରକାରୀ ଅଫିସ, ବିଶ୍ୱବିଦ୍ୟାଳୟ, କଲେଜ, ସ୍କୁଲକୁ ଦିନ ଗୋଟାଏରୁ ଛୁଟି ଘୋଷଣା କରାଯାଇଛି ।

ବଲିଉଡ୍‌ ତାରକା ରଣବୀର ସିଂହ ଓ ଦିଶା ପଟାନୀଙ୍କ ସହ ପ୍ରସିଦ୍ଧ କେ-ପପ୍‌ ବ୍ୟାଣ୍ଡ ବ୍ଲାକ୍‌ସ୍ବାନ ଗ୍ରୁପ୍‌, ଓଡ଼ିଶାର ଜଣାଶୁଣା ଗାୟିକା ଶ୍ରେୟା ଲେଙ୍କା ନିଜର ଜଲୱା ଦେଖାଇବେ । ଓଡ଼ିଆ ଆକ୍ଟର ସବ୍ୟସାଚୀ ମିଶ୍ର, ଅର୍ଚ୍ଚତା ସାହୁ, ସୁନାମଧନ୍ୟ କଣ୍ଠ ଶିଳ୍ପୀ ବେନି ଦୟାଲ, ନୀତି ମୋହନ, ଲିସା ମିଶ୍ର, ଅମିତ ମିଶ୍ର, ଅନ୍ତରା ମିତ୍ର, ଶ୍ରୀରାମ ଚନ୍ଦ୍ରା, ନକାଶ ଅଜିଜ, ଏଲିନା ସାମନ୍ତରାୟ , ଅନନ୍ୟ ନନ୍ଦ ,ଶାଲମାଲି ଖୋଲଗାଡେ ଓ ନମିତା ମେଲେକାଙ୍କ ସହ ହକି ବିଶ୍ବକପ୍‌ ୨୦୨୩ ଗୀତର ଲେଖକ ପ୍ରୀତମ ଷ୍ଟେଜ୍‌କୁ ଆସିବେ । ସେହିପରି ପ୍ରିନ୍ସ ଡ୍ୟାନ୍ସ ଗ୍ରୁଅପ ରଙ୍ଗାରଙ୍ଗ ମଂଚରେ ନାଚିବେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁଅପ । ନୃତ୍ୟୁ ଗୁରୁ ଅରୁଣା ମହାନ୍ତି ଓ ଜାତୀୟ ପୁରସ୍କାରପ୍ରାପ୍ତ ସିଆମକ ଡାଭର ନୃତ୍ୟ ପ୍ରଦର୍ଶନର କୋରିଓଗ୍ରାଫ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.