Below header

ପବିତ୍ର ଶ୍ରୀ ପଞ୍ଚମୀ, ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ହେବ ରଥକାଠ ଅନୁକୂଳ

 ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ହେବ ରଥକାଠ ଅନୁକୂଳ।  ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ରଥଖଳାରେ କାଠ ଅନୁକୂଳ ହେବ।

ପୁରୀ (କେନ୍ୟୁଜ): ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ହେବ ରଥକାଠ ଅନୁକୂଳ।  ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ରଥଖଳାରେ କାଠ ଅନୁକୂଳ ହେବ। ଏଥିପାଇଁ ରଥଖଳାକୁ ପରିଷ୍କାର କରାଯାଇ ତିନିରଥର ତିନିଟି ଧଉରା କାଠକୁ ରଖାଯାଇଛି।

ଆଜି ସନ୍ଧ୍ଯାରେ ଶ୍ରୋତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବ । ତପରେ ଅକ୍ଷୟ ତୃତୀୟା ଦିନ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ତିନିରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଛି। ଗତବର୍ଷର ୫୩ ଖଣ୍ଡ କାଠ ବଳକା ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦୨ଖଣ୍ଡ କାଠ ପୁରୀରେ ପହଞ୍ଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.