ରାଜ୍ୟ

ଚଳଚଞ୍ଚଳ ଏକାମ୍ର କ୍ଷେତ୍ର: ଆଜି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ, ଅପରାହ୍ନ ୩ଟା ୩୦ରୁ ରଥଟଣା ଆରମ୍ଭ

ଭୁବନେଶ୍ବର(କେନ୍ଯୁଜ୍): ଆଜି ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ ରଥଟଣା । ଏଥିପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର । ଆଜି ଭୋର ୫ଟାରେ ମଙ୍ଗଳ ଆଳତୀ, ଅବକାଶ ନୀତି ପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯାଇଛି ।

ଅପରାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଶ୍ରୀଜିଉଙ୍କ ପହଣ୍ଡି କରାଯାଇ ରଥାରୁଢ କରାଯିବ। । ଆସନ୍ତା ୧୩ ତାରିଖରେ ବାହୁଡ଼ା। ଏଥିପାଇଁ ଆଜି ଓ ୧୩ ତାରିଖ ଦିନ ମାଉସୀ ମାଆ ଛକ ଠାରୁ ରଥ ରୋଡ୍‌ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଲାଗୁ କରିଛି ପୋଲିସ ପ୍ରଶାସନ। ରୁକୁଣା ରଥ ଯାତ୍ରା ପାଇଁ ୧୬ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ରୁକୁଣା ରଥ ପାଇଁ ଗତକାଲି ସପ୍ତମୀ ତିଥିରେ କେଦାର ଗୌରୀ ନିକଟ ମୁକ୍ତେଶ୍ୱର ମନ୍ଦିର ନିକଟ ମରୀଚି କୁଣ୍ଡରୁ ଜଳ ସଂଗ୍ରହ କରାଯାଇଥିଲା । ରଥ ପ୍ରତିଷ୍ଠା ପାଇଁ ପାଣି ଯିବା ପରେ ପରମ୍ପରା ଅନୁଯାୟୀ ମରୀଚିକୁଣ୍ଡ ପାଣି ନିଲାମ ହୋଇଛି। ପ୍ରଥମ କଳସ ପାଣି ୧ଲକ୍ଷ ୩୦ ହଜାର ଟଙ୍କାରେ ନିଲାମ ହୋଇଛି। ଦ୍ୱିତୀୟ କଳସ ପାଇଁ ୪୭ ହଜାର ଟଙ୍କାରେ ନିଲାମ ହୋଇଛି।

Sonalisa

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

14 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

14 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

21 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

27 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

44 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

53 mins ago