ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି, ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ୪ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ । ଏହି ସମୟ ମଧ୍ୟରେ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରଖାଯାଇଛି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦଇତାପତି ସେବକମାନେ ଏହି ଗୁପ୍ତ ନୀତି କରିବେ। ନୀତି ଶେଷ ପରେ ପୁର୍ନବାର ଦର୍ଶନ ସ୍ୱାଭାବିକ ହେବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.