ପୁରୀ(କେନ୍ୟୁଜ୍): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ହାତୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ରତ୍ନବେଦୀ ଛାଡି ସ୍ନାବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଶ୍ରୀଜିଉଙ୍କ ସ୍ନାନ ପାଇଁ ପ୍ରସ୍ତୁତି ଚାଲିଛି । ଧାଡି ପହଣ୍ଡିରେ ପ୍ରଥମେ ସୁଦର୍ଶନ ସ୍ନାନ ମଣ୍ଡପରେ ବିଜେ କରିଥିଲେ । ଏହାପରେ ବଳଭଦ୍ର, ଜଗନ୍ନାଥ ଓ ସୁଭଦ୍ରା ଧାଡି ପହଣ୍ଡିରେ ଆସିଥିଲେ । ବିଭିନ୍ନ ନୀତି କାନ୍ତି ପରେ ଶ୍ରୀଜିଉମାନେ ସ୍ନାନ କରିବେ । ଅନ୍ୟାନ୍ୟ ପୂଜାନୀତି ପରେ ଠାକୁର ମାନଙ୍କୁ ହାତୀ ବେଶରେ ସଜ୍ଜିତ କରାଯିବ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିଲ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…