Categories: ରାଜ୍ୟ

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର, ଜଳଲାଗି ପାଇଁ ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ଭିଡ଼

ଭୁବନେଶ୍ବର(କେନ୍ୟୁଜ୍): ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର । ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ଦେବ ଦେବ ମହାଦେବଙ୍କୁ ଜଳ ଲାଗି ପାଇଁ ଶୈବାଳୟରେ ଲାଗିଛି କାଉଡ଼ିଆଙ୍କ ଭିଡ଼ । ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ପୁରୀର ବାବା ଲୋକନାଥ, ଭଦ୍ରକର ଆରଡି, ବାଲେଶ୍ୱରର ପଞ୍ଚଲିଙ୍ଗେଶ୍ୱର, ଢେଙ୍କାନାଳର କପିଳାସ ଓ ନୟାଗଡ଼ର ଶରଣକୂଳ ପୀଠରେ ବୋଲବମ ଭକ୍ତଙ୍କ ଲମ୍ବାଲାଇନ । ମହାଦେବଙ୍କୁ ଜଳାଭିଷେକ ପାଇଁ ଗତକାଲି ବିଳମ୍ବିତ ରାତିରୁ ସେମାନେ ଲମ୍ବା ଲାଇନ ଲଗାଇଛନ୍ତି । ବିଶ୍ୱାସ ରହିଛି, ମହାଦେବଙ୍କ ପ୍ରିୟ ବାର ସୋମବାର ଜଳାଭିଷେକ କଲେ ମନୋସ୍କାମନା ପୂର୍ଣ୍ଣ ହୁଏ । ଏଥିପାଇଁ ନିଷ୍ଠାର ସହ ଉପବାସ ରଖି କାଉଡ଼ିଆମାନେ ବିଭିନ୍ନ ନଦୀରୁ ଜଳ ଉଠାଇ ବାବା ଭୋଳାନାଥଙ୍କୁ ଲାଗି କରିବା ପାଇଁ ଖାଲି ପାଦରେ ଚାଲି ଚାଲି ବିଭିନ୍ନ ଶିବ ମନ୍ଦିରକୁ ଆସିଛନ୍ତି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରମୁଖ ଶୈବପୀଠରେ ପୋଲିସ ମୁତୟନ ସହ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

 

KNews Bureau

Recent Posts

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

10 seconds ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

7 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

15 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

16 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

33 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

34 mins ago