Categories: ରାଜ୍ୟ

ଆଜି ଶ୍ରାବଣ ମାସର ତୃତୀୟ ସୋମବାର, ଜଳଲାଗି ପାଇଁ ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ଭିଡ଼

ଭୁବନେଶ୍ବର(କେନ୍ୟୁଜ୍): ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ଦେବ ଦେବ ମହାଦେବଙ୍କୁ ଜଳ ଲାଗି ପାଇଁ ଶୈବାଳୟରେ ଲାଗିଛି କାଉଡ଼ିଆଙ୍କ ଭିଡ଼ । ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ପୁରୀର ବାବା ଲୋକନାଥ, ଭଦ୍ରକର ଆରଡି, ବାଲେଶ୍ୱରର ପଞ୍ଚଲିଙ୍ଗେଶ୍ୱର, ଢେଙ୍କାନାଳର କପିଳାସ ଓ ନୟାଗଡ଼ର ଶରଣକୂଳ ପୀଠରେ ବୋଲବମ ଭକ୍ତଙ୍କ ଲମ୍ବାଲାଇନ । ମହାଦେବଙ୍କୁ ଜଳାଭିଷେକ ପାଇଁ ଗତକାଲି ବିଳମ୍ବିତ ରାତିରୁ ସେମାନେ ଲମ୍ବା ଲାଇନ ଲଗାଇଛନ୍ତି । ବିଶ୍ୱାସ ରହିଛି, ମହାଦେବଙ୍କ ପ୍ରିୟ ବାର ସୋମବାର ଜଳାଭିଷେକ କଲେ ମନୋସ୍କାମନା ପୂର୍ଣ୍ଣ ହୁଏ । ଏଥିପାଇଁ ନିଷ୍ଠାର ସହ ଉପବାସ ରଖି କାଉଡ଼ିଆମାନେ ବିଭିନ୍ନ ନଦୀରୁ ଜଳ ଉଠାଇ ବାବା ଭୋଳାନାଥଙ୍କୁ ଲାଗି କରିବା ପାଇଁ ଖାଲି ପାଦରେ ଚାଲି ଚାଲି ବିଭିନ୍ନ ଶିବ ମନ୍ଦିରକୁ ଆସିଛନ୍ତି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରମୁଖ ଶୈବପୀଠରେ ପୋଲିସ ମୁତୟନ ସହ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

 

KNews Bureau

Recent Posts

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 mins ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

5 mins ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

19 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

20 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

1 hour ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago