ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ ଶ୍ରୀ ମୁଖ ଫିଟା ନୀତି ଅନୁଷ୍ଠିତ ହେବ । ଜ୍ୱରରେ ପୀଡିତ ମହାପ୍ରଭୁଙ୍କ ସୁସ୍ଥ ଉପଚାର ଲାଗି ଦଇତାପତିଙ୍କ ସେବା ଚାଲିଛି । ଅଣସର ପାଇଁ ମହାପ୍ରଭୁ ଶୁକ୍ଳ ବସ୍ତ୍ର ପରିଧାନ କରିବା ସହ କେବଳ ଶୁକ୍ଳ ଫୁଲ ଲାଗି ହେଉଛନ୍ତି ।

ଆସନ୍ତାକାଲି ବଡ଼ ଓଡ଼ିଆ ମଠ ପକ୍ଷରୁ ପ୍ରସ୍ତୁତ ଫୁଲୁରି ତେଲ ଲାଗି ହୋଇ ମହାପ୍ରଭୁ ଜ୍ୱରରୁ ସୁସ୍ଥତା ଅନୁଭବ କରିବେ । ହେରାପଞ୍ଚମୀ ଦିନ ଶୁଦ୍ଧ ରାଶି ତେଲରେ ଚେରମୂଳି ଓ ସୁବାସିତ ଫୁଲ ପକାଇ ଏକ ପାତ୍ରରେ ରଖି ତାକୁ ମାଟି ତଳେ ପୋତା ଯାଇଥାଏ ।

ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ପଞ୍ଚମୀ ଦିନ ତେଲକୁ ଛଣାଯାଏ ଏବଂ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କ ପାଇଁ ପଠାଯାଏ। ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀଘର ଭୋଗ ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ଵାର ବନ୍ଦ ହୋଇ ଅଣସର ଦ୍ଵାର ଖୋଲାଯାଇ ପତି ମହାପାତ୍ର ତିନୋଟି ରୂପା ପିଙ୍ଗଣରେ ତେଲକୁ ନେଇ ସଂସ୍କାର କରିବା ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି ।