ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଆଜି ରାଜ୍ୟ କ୍ୟାବିନେଟ୍। ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ରାଜ୍ୟ କ୍ୟାବିନେଟ୍। ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।

କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଦକ୍ଷତା ବିକାଶ ଭଲି ବିଭିନ୍ନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ଵିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅଣାଯିବ।