ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର(କେନ୍ୟୁଜ୍) : ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ । ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଆଜିର କ୍ୟାବିନେଟ୍‌ ବୈଠକରେ କୌଣସି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି । କାଳିଆ ଯୋଜନାକୁ ଅଧିକ କାର‌୍ୟ୍ୟକ୍ଷମ କରିବା ସହ ଜଳସେଚନ ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇପାରନ୍ତି । ସେହିପରି ଆଜି ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅଧ୍ୟକ୍ଷତା କରିବେ । ବିଧାନସଭାରେ ଉପସ୍ଥାପିତ ହେବାକୁ ଥିବା କାମଚଳା ବଜେଟ୍‌କୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.