Below header

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ସଚିବାଳୟରେ ବସୁଛି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର(କେନ୍ୟୁଜ୍): ଆଜି ବସୁଛି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ସଂଧ୍ୟା ୫ଟା ୪୫ରେ ଏହି ବୈଠକ ବସିବ। ଆସନ୍ତା ୨୮ ତାରିଖରେ ବିଧାନସଭାରେ ଉପସ୍ଥାପିତ ହେବ ଚଳିତ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌। ତା ପୂର୍ବରୁ ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍‌କୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି। ପୂର୍ବରୁ ୨୦୧୯-୨୦ ଆର୍ଥିକ ବର୍ଷର ୪ ମାସ ପାଇଁ କାମଚଳା ବଜେଟ୍‌ ଆଗତ ହୋଇଥିଲା। ଏବେ ପୂର୍ଣ୍ଣାଙ୍ଗ ବଜେଟ୍‌ ଆଣିବେ ସରକାର। ଗତଥର ଅପେକ୍ଷା ଏଥର ବଜେଟର ଆକାର ବଢିବ ବୋଲି କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.