Below header

ମହଣ ମହଣ ସୁନା ଅଳଙ୍କାରରେ ଝଟକିବେ ମହାବାହୁ: ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ

ପୁରୀ(କେନ୍ୟୁଜ୍): ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ । ମହଣ ମହଣ ସୁନା ଅଳଙ୍କାରରେ ଝଟକିବେ ମହାବାହୁ । ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀକ୍ଷେତ୍ରରେ ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହେବ । ଏହାର ଯଥେଷ୍ଟ ପୂର୍ବରୁ ସୁନାବେଶ ଲାଗି ହୋଇପାରେ ସୂଚନା ମିଳିଛି । ସଂନ୍ଧ୍ୟାଧୂପ ସରିବା ପରେ ସୁନାବେଶ ଓଲାଗି ହେବ । ପରେ ବଡସିଂହାର ବେଶ ପରେ ରାତ୍ର ପହୁଡ ହେବ ।

ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ । ମହଣମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇଥାନ୍ତି ମହାପ୍ରଭୁ । ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କୁଣ୍ଡଳ, ଆଡକାନି, ଚନ୍ଦ୍ରିକା ଆଦି ପରିଧାନ କରିଥାନ୍ତି । ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ତଗଡି,ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି । ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସ୍ୱତନ୍ତ୍ର ଟ୍ରାଫିକ ପରିଚାଳନା ବ୍ୟବସ୍ଥା ମଧ୍ୟ କରାଯାଇଛି। ମଧ୍ୟରାତ୍ର ପର୍ଯ୍ୟନ୍ତ ସୁନାବେଶ ଦର୍ଶନ ଜାରି ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.