ଦିଲ୍ଲୀ(କେନ୍ଯୁଜ୍) : ଓଡିଶା କଳା ସଂସ୍କୃତି ପ୍ରତି ଅରୁଚିକର ମନ୍ତବ୍ୟ ଦେଇ ଫସିଥିବା ବୈଜୟନ୍ତ ପଣ୍ଡାଙ୍କ ବନ୍ଧୁ ଅଭିଜିତ ଆୟର ମିତ୍ରଙ୍କ ରିଟ୍ ପିଟିସନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବନି। ସୁପ୍ରିମକୋର୍ଟଙ୍କ ୱେବସାଇଟରେ ଆଜିର ତାଲିକାରୁ ମାମଲାକୁ ହଟାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ଯନ୍ତ ଦିଲ୍ଲୀ ସାକେତ ଚିଫ୍ ମେଟ୍ରୋପଲିଟାନ କୋର୍ଟ ଅଭିଜିତଙ୍କୁ ଦେଇଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିବା ପାଇଁ ଗତ ୨୭ ତାରିଖରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହା ଭିତରେ ଅଭିଜିତ ଓଡିଶା ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ନେଇପାରିବେ ବୋଲି ସୁପ୍ରିମକୋର୍ଟ କହିଥିଲେ । ଏଥିପାଇଁ ଆବଶ୍ୟକ ପଡିଲେ ସେ ପୋଲିସର ସହାୟତା ନେଇପାରିବେ ବୋଲି କହିଥିଲେ ସର୍ବୋଚ୍ଚ ଅଦାଲତ । ହେଲେ ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁଁ ଅଭିଜିତ ହାଇକୋର୍ଟରେ ମାମଲା ଦାୟର କରି ପାରିନଥିବା ରିଟ୍ ପିଟିସନରେ ଦର୍ଶାଇଥିଲେ ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…