Below header

ଆଜି ୧୯ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା, ଆଗାମୀ ୨ ଦିନ ପାଇଁ ତାତିରୁ ତ୍ରାହି ନାହିଁ

କେନ୍ୟୁଜ୍(ବ୍ୟୁରୋ):  ଡେଉଁଛି ପାରଦ । ବଢୁଛି ତାତି । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ସ୍ଥିତି । ଖରା ସହ ଗୁଳୁଗୁଳି । ଆଜି ୧୯ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ୪୫ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର । ଆଗାମୀ ୨ ଦିନ ପାଇଁ ତାତିରୁ ତ୍ରାହି ନାହିଁ । ବିଶେଷ କରି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ବଢୁଛି ।

ଆଗାମୀ ୨୪ ଘଣ୍ଟା ପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ବୌଦ୍ଧକୁ ହିଟେଓ୍ଵଭେ ନେଇ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲା ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ୧୦ ତାରିଖ ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ଆଗାମୀ ୩-୪ ଦିନ ଭିତରେ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନଥିବା ପାଣିପାଗ ବିଭାଗ କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.