ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୧୫ରୁ ଉର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ଅନୁମୋଦନ

ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ପାଇଁ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ପାଇଁ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି।

ସେହିପରି ରାଜ୍ୟ କ୍ୟାବିନେଟ୍ ବୈଠକରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପସ୍ଥାପନ ଓ ଅନୁମୋଦନ ଲାଭ କରିପାରେ ବୋଲି କୁହାଯାଉଛି। ଚଳିତ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାୟ ୨୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଆଣିପାରନ୍ତି। ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକରେ କି ନିଷ୍ପତ୍ତି ନିଆଯିବ ତା ଉପରେ ନଜର ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.