ଆଜି ଉତ୍କଳ ଦିବସ, ସମସ୍ତ ଓଡ଼ିଆଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ

ଭୁବନେଶ୍ବର: ଆଜି ଓଡ଼ିଶା ଦିବସ । ସମସ୍ତ ଓଡ଼ିଆଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଆଜିର ଦିନରେ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟର ମାନ୍ୟତା ପାଇଥିଲା ଓଡ଼ିଶା ।

ପ୍ରାୟ ୫ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ଖଣ୍ଡ ବିଖଣ୍ଡିତ ହୋଇ ରହିବା ପରେ ଆଜିର ଦିନରେ ହିଁ ଓଡ଼ିଶା ଏକାଠି ହୋଇଥିଲା । କଳା-ସଂସ୍କୃତି, ଭାଷା-ସାହିତ୍ୟ, ବାଣିଜ୍ୟ-ବ୍ୟବସାୟ ପାଇଁ ରାଜ୍ୟ ବେଶ ପରିଚିତ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁବାବୁଙ୍କ ନେତୃତ୍ୱରେ ଗଠିତ ହୋଇଥିଲା ଉତ୍କଳ ସମ୍ମିଳନୀ । ୧୯୦୩ ମସିହାରେ କଟକର ଇଦ୍‌ଗା ପଡିଆରେ ଏହାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.