ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା, ରାଜ୍ୟର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟ ପାଣିପାଗ ବିଭାଗ ତରଫରୁ ଜାରି କରାଯାଇଥିବା ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଏନେଇ ୯ଟି ଜିଲ୍ଲାକୁ ବଜ୍ରପାତ ଏବଂ ବର୍ଷାର ଆଗୁଆ ସତର୍କ ସୂଚନା ଜାରି କରାଯାଇଛି। ରାତି ୮ଟା ମଧ୍ୟରେ ରାଜ୍ୟର ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ, ଗଜପତି ଓ ଗଞ୍ଜାମ ଭଳି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.