ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା, ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ସତର୍କତା

ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ବର୍ଷା ଆହୁରି ୩ ଦିନ ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୋଳକୁ ପାଣିପାଗ ବିଭାଗ ଦେଇଛି ଅରେଞ୍ଜ ୱାର୍ଣ୍ଣିଂ ।

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । କେଉଁଠି ଭାରୀ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଝାଡଖଣ୍ଡ ଓ ଗାଙ୍ଗେୟ ଉପତ୍ୟାକା ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଲଘୁଚାପ ଦକ୍ଷିଣ ପଶ୍ଚିମ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆହୁରି ୨ ଦିନ ହେବ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ବର୍ଷା ସତର୍କତା ଜାରି ହୋଇଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଯାଜପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.