ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍) : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରାଯାଇଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିଲାବେଳେ, ଅଗାମୀ ଦୁଇ ଦିନ ଯାଏଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।