ଆଜି ପବିତ୍ର ଘୋଷଯାତ୍ରା, ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ପୁଣିଥରେ ହେବ ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ

ପୁରୀ(କେନ୍ୟୁଜ୍) :  ଆଜି ପବିତ୍ର ଘୋଷଯାତ୍ରା। ବଡ଼ଦାଣ୍ଡରେ ଦୁଇବର୍ଷ ପରେ ପୁଣିଥରେ ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ । ଘୋଷଯାତ୍ରାରେ ପୁଣି ବଡ଼ଦାଣ୍ଡରେ ଜୟ ଜଗନ୍ନାଥ, ହରିବୋଲ, ହୁଳହୁଳିରେ ପୂରିଉଠିଛି ସାରା ପରିବେଶ। ରତ୍ନ ସିଂହାସନରୁ ଦର୍ଶନ ଦେଉଥିବା ମହାପ୍ରଭୁ ରଥ ଉପରୁ ଦର୍ଶନ ଦେବେ। ଏଥିପାଇଁ ଉଭୟ ରଥ-ପଥ ପ୍ରସ୍ତୁତ ହୋଇସାରିଛି।

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପୂର୍ବରୁ ଗୁରୁବାର ଦିନ ରଥ ଆଜ୍ଞାମାଳ ବିଜେ ପରେ ତିନି ରଥ ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ବଜ ସିଂହଦ୍ବାର ଚକଡ଼ାକୁ ବିଜେ କରିଛନ୍ତି। ରଥଯାତ୍ରା ପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି।

ସକାଳୁ ମଙ୍ଗଳ ଆଳତି ସହ ଅନ୍ୟାନ୍ୟ ନୀତି ବଢ଼ିବା ପରେ ସାଢ଼େ ୯ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ‌ହେବା କଥା । ହେଲେ ସମୟ ପୂର୍ବରୁ ଆରମ୍ଭ ହୋଇସାରିଛି ପହଣ୍ଡି। ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ସେପଟେ ଦୁଇବର୍ଷ ଧରି ଭକ୍ତଙ୍କ ରଥଯାତ୍ରା ଦର୍ଶନରୁ ବଞ୍ଚିତ ଥିବାରୁ ଚଳିତବର୍ଷ ୧୫ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବା ପ୍ରାଥମିକ ଆକଳନ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ୧୮୦ ପ୍ଲାଟୁନ ଫୋର୍ସ, ୧ହଜାର ପୋଲିସ ଅଧିକାରୀ ମୁତୟନ କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସୁବ୍ଯବସ୍ଥା କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.