ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ପୁରୀ (କେନ୍ୟୁଜ): ଆସନ୍ତାକାଲି ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥି ।  ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।  ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।  କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.