ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍ : ନବୀନ-ଧର୍ମେନ୍ଦ୍ର ଭେଟଘାଟ। ଆସନ୍ତାକାଲି ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶା ଭବନରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଇସ୍ପାତ ଶିଳ୍ପର ଅଗ୍ରଗତି ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ସୂଚନା ମିଳିଛି। ପାରାଦୀପ ଆଇଓସିଏଲ୍‌ ତୈଳ ବିଶୋଧନାଗାର ସମ୍ପ୍ରସାରଣ ନେଇ ବି ମୁଖ୍ୟମନ୍ତ୍ରୀ ଓ ପେଟ୍ରୋଲିୟମ୍‌ ମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ନବୀନ ଓ ଧର୍ମେନ୍ଦ୍ରଙ୍କ ଏହି ଭେଟଘାଟକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବି ଭେଟିଥିଲେ ମୁଖ୍ୟମନ୍ତ୍ରୀ।

You might also like